ଅଡୁଆରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶଶୀ ଭୂଷଣ ବେହେରା । କେନ୍ଦ୍ରାପଡ଼ା ବିଧାୟକ ଶଶୀଭୁଷଣ ବେହେରାଙ୍କ ପୁଅ ସତ୍ୟପ୍ରକାଶ ବେହେରାଙ୍କ ପତ୍ନୀ ଆଣିଛନ୍ତି ଯୌତୁକ ନିର୍ଯାତନା ଅଭିଯୋଗ । ବାଙ୍କୀ ଥାନାରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି ରୋନାଲି । ଏତଲାରେ ଶଶିଭୂଶଣ ବେହେରାଙ୍କ ପରିବାର ନାଁରେ ଅଭିଯୋଗ ରହିଛି ।
ବୋହୂ ରୋନାଲି ଶାରିରୀକ ଓ ମାନସିକ ନିର୍ଯାତନା ପାଇଥିବା ଅଭିଯୋଗ ଆଣିଛନ୍ତି । ଏଥିସହ ତାଙ୍କୁ ଘରୁ ବାହାର କରି ଦିଆଯାଇଥିବା କହିିଛନ୍ତି । ଶଶି ବେହେରାଙ୍କ ପୁଅଙ୍କର ଜଣେ ବିବାହିତ ମହିଳାଙ୍କ ସହ ଅନୈତିକ ସମ୍ପର୍କ ଥିବା ଅଭିଯୋଗ ଆଣିଛନ୍ତି ରୋନାଲି । ପୁଅର ସମସ୍ତ କାର୍ଯ୍ୟକଳାପ ସମ୍ପର୍କରେ ଜାଣି ବି ଶ୍ୱଶୂର ଶଶି ବେହେରା ଚୁପ ରହୁଥିବା ରୋନାଲି ଅଭିଯୋଗ କରିଛନ୍ତି । ରୋନାଲିଙ୍କ ବାପା ଜଣେ ଅବସରପ୍ରାପ୍ତ ବିଚାରପତି ।
ଅଭିଯୋଗ ପରେ ସଫେଇ ରଖିଲେ ଶଶୀଭୂଷଣ ବେହେରା । ବିବାଦର ସମାଧାନ ପାଇଁ ଉଦ୍ୟମ ଚାଲିଛି । ଯୌତୁକ ନିର୍ଯାତନା ଅଭିଯୋଗର ପ୍ରାସଙ୍ଗିକତା ନାହିଁ । ବାହାଘର ସମୟରେ କୌଣସି ଉପହାକ ଗ୍ରହଣ କରିନି । ମନ୍ତ୍ରିମଣ୍ଡଳ ପ୍ରସଙ୍ଗ ଚର୍ଚ୍ଚାରେ ଥିବାରୁ ଏହା ବିରୋଧୀଙ୍କ ଏକ ଷଡଯନ୍ତ୍ର ।

