ପୁରୀରୁ ହାୱାଡା ଗଡିଛି ବନ୍ଦେ ଭାରତ ଏକ୍ସପ୍ରେସ । ଭର୍ଚୁଆଲରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୬ଘଣ୍ଟାରେ ପୁରୀରୁ ଯାଇ ହାୱାଡାରେ ପହଞ୍ଚିବ ।
ଉଦଘାଟନୀ ଉତ୍ସବରେ ପୁରୀ ଷ୍ଟେସନରେ ଉପସ୍ଥିତ ଅଛନ୍ତି ରାଜ୍ୟପାଳ ଗଣେଶୀ ଲାଲ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭର୍ଚୁଆଲ ମୋଡରେ ଯୋଡ଼ି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
। ପୁରୀ ସାଂସଦ ଓ ବିଧାୟକ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଓଡିଶାରୁ ପ୍ରଥମ ଥର ପାଇଁ ପୁରୀରୁ ହାୱଡ଼ା ଅଭିମୁଖେ ଗଡିଛି ।

