ଆଜି ଠାରୁ କର୍ଣ୍ଣାଟକରେ ଆରମ୍ଭ ହେଲା ସିଦ୍ଦରମୈୟା ଶାସନ

କର୍ଣ୍ଣାଟକରେ ଆରମ୍ଭ ହେଲା ସିଦ୍ଦରମୈୟା ଶାସନ । ଆଜି ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଇଛନ୍ତି ୭୫ ବର୍ଷୀୟ ସିଦ୍ଦରମୈୟା ।

ଦ୍ୱିତୀୟ ଥର ଲାଗି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ସିଦ୍ଦରମୈୟା । ତାଙ୍କ ସହ ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ପିସିସି ସଭାପତି ଡିକେ ଶିବକୁମାର । ସେମାନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଥାବରଚନ୍ଦ ଗେହଲଟ୍ । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ କିଛି ନେତା ମନ୍ତ୍ରୀ ଭାବେ ମଧ୍ୟ ଶପଥ ନେଇଛନ୍ତି ।

ନିକଟରେ ଶେଷ ହୋଇଥିବା ନିର୍ବାଚନରେ କଂଗ୍ରେସ ଦଳ ୨୨୪ ଆସନ ବିଶିଷ୍ଟ ରାଜ୍ୟ ବିଧାନସଭାରୁ ୧୩୫ଟି ଆସନ ପାଇ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିଛି । ଆଜିର ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଭଦ୍ରାଙ୍କ ସହ କଂଗ୍ରେସ ଶାସିତ ରାଜ୍ୟ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ପଟେଲ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ପ୍ରମୁଖ ଉପସ୍ଥିତ ଥିଲେ ।

ସେହିପରି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ମୁଖ୍ୟ ନୀତୀଶ କୁମାର, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍‌ଙ୍କ ସହ ଏନସିପି ମୁଖ୍ୟ ଶରଦ ପାୱାର, ନ୍ୟାଶନାଲ କନଫେରେନ୍ସ ସଭାପତି ଫାରୁକ ଅବଦୁଲ୍ଲା, ପିଡିପି ନେତ୍ରୀ ମେହବୁବା ମୁଫତି, ଆରଜେଡି ନେତା ତେଜସ୍ୱୀ ଯାଦବ, ସିପିଆଇ ନେତା ଡି.ରାଜା,କମଲ ହାସନ ପ୍ରମୁଖଙ୍କୁ ଦେଖିବାକୁ ମିଳିଛି ।

Post Views76 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!