୩ ନୂଆ କ୍ୟାବିନେଟ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ

ଆଜି ୩ ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୩ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।

ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ ।

୩ ନୂଆ କ୍ୟାବିନେଟ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗ ଦାୟିତ୍ବ ଦିଆଯାଇଛି ।

ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ ମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କୁ ଶ୍ରମ ବିଭାଗ ଦାୟିତ୍ବ ଦିଆଯାଇଛି । ଶପଥ ଗ୍ରହଣର ମାତ୍ର କିଛି ସମୟ ଭିତରେ ନୂଆ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Post Views85 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!