ଅଗ୍ନିଶମ ଡିଜି ଭାବରେ ଦାଇତ୍ୱ ଗ୍ରହଣ କଲେ IPS ସୁଧାଂଶୁ ଷଡ଼ଙ୍ଗୀ

କଟକ ଅଗ୍ନିଶମ ବିଭାଗର 54 ତମ ନିର୍ଦେଶକ ଭାବେ ଆଜି ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି ଓଡ଼ିଆ IPS ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ । 1990 ମସିହା ବ୍ୟାଚର ଏହି IPS ଅଧିକାରୀଙ୍କୁ କିଛି ଦିନ ତଳେ ଡିଜି ପଦକୁ ପଦୋନତି ଦେଇ ଥିଲେ ରାଜ୍ୟ ସରକାର ଏବଂ ଗତ ସପ୍ତାହରେ ତାଙ୍କୁ ଅଗ୍ନିଶମ ନିର୍ଦେଶକ ଭାବେ ନୂଆ ନିଯୁକ୍ତି ଦେଇଥିଲେ ।

ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ ପୂର୍ଵରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗ ସହ ପୋଲିସ କମିଶନର ଭାବେ ଦକ୍ଷତାର ସହ କାର୍ଯ୍ୟ କରିସାରିଛନ୍ତି । ଆଜି ସକାଳ ବେଳେ କଟକ ସ୍ଥିତ ଅଗ୍ନିଶମ ବିଭାଗର ମୁଖ୍ୟ କାର୍ଯ୍ୟାଳୟକୁ ଆସି କାର୍ଯ୍ୟକାରୀ ନିର୍ଦେଶକ ବିନୟତୋଷ ମିଶ୍ରଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ । ତେବେ ଓଡିଶା ଅଗ୍ନିଶମ ବିଭାଗର କାର୍ଯ୍ୟ ଦକ୍ଷତା ଦେଶରେ ସୁନାମ ଅର୍ଜନ କରିଛି ।

ଏବଂ ଆଗାମୀ ଦିନରେ ଏହାକୁ ବଜାୟ ରଖାଯିବ ବୋଲି ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି । ଅଗ୍ନିଶମ ବିଭାଗ ଆଜି ସାରା ବିଶ୍ୱରେ ଆପାତକାଳୀନ ଭାବରେ ଦେଶ ତଥା ଦେଶ ବାହାରେ ସୁନାମ ଅର୍ଜନ କରିଛି ।

ଏହା କୌଣସି ଅଧିକାରୀ ବା କର୍ମଚାରୀଙ୍କ ପାଇଁ ନୁହେଁ ଏହା ଏକ ମିଳିତ କାଯ୍ୟପନ୍ଥା ଯାହାକୁ ଆଗକୁ ବଜାୟ ରଖିବି ବୋଲି ନିଜ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି ନୂତନ ଡିଜି ସୁଧାଂଶୁ ଷଡ଼ଙ୍ଗୀ ।

Post Views50 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!