୨୫କୋଟିରେ ଶିଖରଚଣ୍ଡୀ ସୌନ୍ଦର୍ଯ୍ୟକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ବର ଉପକଣ୍ଠ ଶିଖରଚଣ୍ଡୀ ପାହାଡର ସୌନ୍ଦର୍ଯ୍ୟକରଣ କାମର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ବିକାଶ ପାଇଁ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ମାଷ୍ଟରପ୍ଲାନ ଅନୁଯାୟୀ ସମୁଦାୟ ଅଞ୍ଚଳକୁ ୪ଟି ଜୋନରେ ବିଭକ୍ତ କରାଯାଇଛି। ଜୋନ୍-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡ଼ା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତିକରଣ କରାଯିବ। ଜୋନ୍-୨ରେ ଭିୟୁ ପଏଣ୍ଟ ଓ ଟ୍ରାକିଂ ରୁଟ ରହିବ। ଜୋନ-୩ ଓ ୪ରେ ମନୋରଞ୍ଜନ କାର୍ଯ୍ୟ ପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତିକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧା କରାଯିବ ।

କାର୍ଯ୍ୟକ୍ରମରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ ପ୍ରମୁଖ ସାମିଲ ହୋଇଛନ୍ତି ।

ପୂର୍ବରୁ ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ। ଶିଖରଚଣ୍ଡୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ ହେବ। ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନତି କରି ଏହାକୁ ଭୁବନେଶ୍ବରର ଅନ୍ୟତମ ଆକର୍ଷଣ କେନ୍ଦ୍ର କରାଯିବ । ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତିକରଣ କରାଯିବ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!