ଏସଏଚଜି ମହିଳାଙ୍କ ପାଇଁ ସ୍ୱତନ୍ତ୍ର ପାଣ୍ଠି ଘୋଷଣା

କୌଣସି ମହିଳା ରୋଗଗ୍ରସ୍ତ, ଦୁର୍ଘଟଣାର ଶିକାର ହେଲେ, କିମ୍ବା ମୃତ୍ୟୁ ମୁଖରେ ପଡିଲେ, ଏସଏଚଜି ଫେଡରେସନ ପାଣ୍ଠିରୁ ସେମାନଙ୍କୁ ଆର୍ଥିକ ସହାୟତା ଦିଆଯିବ । ୩-୪ ମାସ ମଧ୍ୟରେ ଏହି ଫଣ୍ଡ କାର୍ଯ୍ୟକାରୀ ହେବ । ରାଜ୍ୟରେ ଏସଏଚଜି ମହିଳାଙ୍କ ପାଇଁ ସ୍ୱତନ୍ତ୍ର ପାଣ୍ଠି ଘୋଷଣା କରାଯାଇଛି ।

ଏନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ରାଜ୍ୟସ୍ତରରେ ଏସଏଚଜି ଫେଡରେସନ ଗଠନ ହେବା ନେଇ ମଧ୍ୟ ଘୋଷଣା କରାଯାଇଛି । ଏନେଇ ମିଶନ ଶକ୍ତି ବିଭାଗ ସଚିବ ସୁଜାତା କାର୍ତ୍ତିକେୟନ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ଢ଼ାଞ୍ଚାରେ ଗଠନ ହେବ ଏହି ଫଣ୍ଡ ।

ଏଥିପାଇଁ ରାଜ୍ୟ ବଜେଟରୁ ଅର୍ଥ ବ୍ୟୟବରାଦ କରାଯିବ । ମିଶନ ଶକ୍ତି ବିଭାଗର ରିପୋର୍ଟ କାର୍ଡ ପ୍ରଦାନ ପରେ ଏହି ସୂଚନା ଦେଇଛନ୍ତି ବିଭାଗୀୟ ସଚିବ ସୁଜାତା ଆର, କାର୍ତିକେୟନ ।

Post Views31 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!