ସରକାରୀ କାର୍ଯ୍ୟରେ ଅବହେଳା , କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ

ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି ।

ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ମୁଖ୍ୟ କିରାଣୀ ଓ କିରାଣୀଙ୍କ ବିରୋଧରେ ପଦକ୍ଷେପ ନିଆଯାଇଛି ।

ଏପରି ଅବହେଳା ପାଇଁ ମେ’ ମାସର ଦରମା ନ ଉଠାଇବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ବିଭାଗୀୟ ଚିଠିର ଉତ୍ତର ନଦେବାର ଅର୍ଥ ହେଉଛି ସରକାରୀ କାର୍ଯ୍ୟ ନିର୍ବାହରେ ବଡ଼ ଅବହେଳା ଏବଂ ବିଭାଗ କର୍ତ୍ତୃପକ୍ଷଙ୍କ ନିର୍ଦେଶ ପାଳନର ବିଫଳତା ବୋଲି କୁହାଯାଇଛି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!