ଚାମ୍ପିଅନ ହେଲା ଚେନ୍ନାଇ । ଆଇପିଏଲ୍ ଟାଇଟଲ ଜିତିଲା ଧୋନୀ ବାହିନୀ । ଅହମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଫାଇନାଲ ମ୍ୟାଚରେ ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି ଚେନ୍ନାଇ । ଏହି ବିଜୟ ସହ ପଞ୍ଚମ ଥର ପାଇଁ ଆଇପିଏଲ ଟାଇଟଲ ହାସଲ କରିଛି ଚେନ୍ନାଇ । ଆଇପିଏଲ ଇତିହାସରେ ମୁମ୍ବାଇର ୫ଟି ଟାଇଟଲ ସହ ଚେନ୍ନାଇ ସମକକ୍ଷ ହୋଇଛି । ୩ଟି ବଲରେ ଖେଳିବା ପରେ ବର୍ଷା ଯୋଗୁ ଖେଳ ୨ଘଣ୍ଟା ୨୦ ମିନିଟ୍ ବନ୍ଦ ଥିଲା ।

