ଜମ୍ମୁ କାଶ୍ମୀରରେ ଭୟଙ୍କର ଦୁର୍ଘଟଣା । ବୈଷ୍ଣୋ ଦେବୀଙ୍କ ଦର୍ଶନ ପାଇଁ ଯିବାବେଳେ ଖାଇକୁ ଖସିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଛନ୍ତି । ବସରେ ମୋଟ ୭୫ ଜଣ ଯାତ୍ରୀ ଥିଲେ । ଏବେବି ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବସ୍ଟି ଶ୍ରଦ୍ଧାଳୁଙ୍କୁ ଧରି ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି

