ବଙ୍ଗୋପସାଗରରେ ଜୁନ୍ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ବଙ୍ଗୋପସାଗରରେ ଜୁନ୍ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଦକ୍ଷିଣ ଓ ପୂର୍ବ ଭାରତକୁ ପ୍ରବାହିତ ହେବାକୁ ଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ।

ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ ଜୁନ୍ ୨ ତାରିଖରୁ ୯ତାରିଖ ମଧ୍ୟରେ ଦିନର ତାପମାତ୍ରାରେ ବୃଦ୍ଧି ହେବ ଓ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ବର୍ତ୍ତମାନ ଅନୁଭୂତ ହେଉଥିବା ପାଗ ଅନୁଯାୟୀ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଦିନର ତାପମାତ୍ରା ୪୨ ଡିଗ୍ରୀ ସେଲ୍ଫସିୟସ୍ରୁ କମ୍ ଏବଂ ଉପକୂଳ ଅଞ୍ଚଳରେ ୪୦ ଡିଗ୍ରୀ ସେଲସିୟସରୁ କମ୍ ରହିବ। ଉତ୍ତର ଆରବ ସାଗରରେ ଆଣ୍ଟିସାଇକ୍ଲୋନ୍ ଓ ବଙ୍ଗୋପ ସାଗରରୁ ପ୍ରବାହିତ ପବନ ହେତୁ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ରହିବ ବୋଲି ସେ କହିଛନ୍ତି।

Post Views85 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!