ଭୟଙ୍କର ରେଳ ଦୁର୍ଘଟଣା,100ରୁ ଅଧିକ ମୃତ ସୂଚନା

ବାଲେଶ୍ବରରେ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା। ବାହାନଗା ଷ୍ଟେସନ୍‌ ନିକଟ ପଣପଣାଠାରେ କରମଣ୍ଡଳ ଏକ୍ସପ୍ରେସ୍‌ (୧୨୮୪୧-ଅପ୍‌) ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ଟ୍ରେନ୍‌ଟି ସାଲିମାରରୁ ଚେନ୍ନାଇ ଯାଉଥିଲା। ଏହି ସମୟରେ ଅପରାହ୍ନ ପ୍ରାୟ ୭ଟା‌ ୫ ମିନିଟ୍‌ରେ ବାହାନଗା ଷ୍ଟେସନ୍‌ ନିକଟରେ ଛିଡ଼ା ହୋଇଥିବା ଏକ ମାଲ୍‌ବାହୀ ଟେନ୍‌ ଉପରେ ଏହା ଚଢ଼ିଯାଇଥିଲା।

ଦୁର୍ଘଟଣା ଅତି ଭୟଙ୍କର ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା 100ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 350 ରୁ ଅଧିକ ଆହତ ହୋଇଥିବା ଜଣାପଡିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରେଳବାଇ ପୁଲିସ ସହ ସ୍ଥାନୀୟ ସୋର, ବାହାନଗା ପୁଲିସ ତଥା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ଏଥି ସହିତ ଏନଡିଆଏଫ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି।

ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏହା ବାସ୍ତବରେ ଅତ୍ୟନ୍ତ ମର୍ମନ୍ତୁଦ ଦୁର୍ଘଟଣା। ଘଟଣାସ୍ଥଳକୁ ରାଜସ୍ୱ ମନ୍ତ୍ରୀ ଓ ଏସଆରସି ଗସ୍ତ କରି ସମସ୍ତ କାର୍ୟ୍ୟର ତଦାରଖ କରିବାକୁ ସେ ନିର୍ଦ୍ଦେଶ ଦେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସମସ୍ତଙ୍କୁ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରାଯିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ

Post Views87 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!