ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନରେ ସଂଗଠିତ ଭୟାବହ ରେଳ ଦୂର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ମରଶରୀରକୁ ସାମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା । ପରବର୍ତ୍ତୀ ସମୟରେ ଶବ ଗୁଡିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି ।
ତେଣୁ ସ୍କୁଲ ଭାଙ୍ଗି ଏହାର ପୁନଃନିର୍ମାଣ ସମ୍ପର୍କରେ ବିଭିନ୍ନ ମହଲରେ ଦାବି ହୋଇଥିଲା ।
ଏହି ପରିପ୍ରେକ୍ଷୀରେ ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯିବ. ୫ଟି ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ୫-ଟି ସଚିବ ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍. ଅଶ୍ୱସ୍ତି ଭିଡିଓ କନଫରେନ୍ସିଂ ଯୋଗେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧି, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ, ସମସ୍ତଙ୍କର ମତାମତ ନେଇଥିଲେ । ଏହି ପରିପ୍ରେକ୍ଷୀରେ ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯିବ. ୫ଟି ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବା

