ପାଚିକା-ସହାୟିକାଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୃଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ ରହିଛି । ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ୱ ବହନ କରୁଛନ୍ତି । ୫୦ ହଜାର ରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି । ମାଆ ପରି ଦାୟିତ୍ବ ନେଇ ସମସ୍ତ ପିଲାମାନଙ୍କର ଖାଇବା ବୁଝୁଛନ୍ତି । ୪ ହଜାର ୭୩୦ ମିଶନ ଶକ୍ତି ଗୋଷ୍ଠୀଙ୍କ ଜରିଆରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲିଛି ।

ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ନିୟୋଜିତ ଥିବା ପାଚିକା ଓ ସହାୟିକାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରଜ ଭେଟି । ଶାଢ଼ି ପାଇଁ ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ୫୦୦ ଟଙ୍କା ଲେଖାଏଁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ଓ ଶାଢ଼ି ପାଇଁ ୫ ଦଶମିକ ୪୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ଉପକୃତ ହୋଇଛନ୍ତି ୧ ଲକ୍ଷ ୯ ହଜାର ପାଚିକା ଓ ସହାୟିକା ।

ମୁଖ୍ୟମନ୍ତ୍ରୀ କହିଛନ୍ତି ମାଆ ପରି ପିଲାମାନଙ୍କ ଖାଇବା ଦାୟିତ୍ୱ ସ୍କୁଲରେ ନେଉଛନ୍ତି ପାଚିକା ଓ ସହାୟିକା । ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ରାଜ୍ୟର ୧ ଲକ୍ଷ ୯ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫ଦଶମିକ ୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି ।

Post Views76 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!