ଜଳ ପରିଚାଳନାରେ ୨ୟ ଶ୍ରେଷ୍ଠ ଓଡ଼ିଶା

ଜଳ ପରିଚାଳନାରେ ଦ୍ବିତୀୟ ଶ୍ରେଷ୍ଠ ଓଡ଼ିଶା । ଜଳ ସମ୍ପଦ ସଂରକ୍ଷଣ ଓ ପରିଚାଳନାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶାକୁ ଦ୍ବିତୀୟ ଶ୍ରେଷ୍ଠ ରାଜ୍ୟ ଭାବେ ଚତୁର୍ଥ ଜାତୀୟ ଜଳ ପୁରସ୍କାର -୨୦୨୨ ପ୍ରଦାନ କରାଯାଇଛି । ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପରି ଏହି ପୁରସ୍କାର ଦେଇଛନ୍ତି । ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ଏହାସହ ଦକ୍ଷ ଜଳସମ୍ପଦ ପରିଚାଳନା କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ଦେଶର ଶ୍ରେଷ୍ଠ ଜିଲ୍ଲା ଭାବେ ବିବେଚିତ ହୋଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଉପରାଷ୍ଟ୍ରପତି ଜଗଦ୍ଦୀପ ଧନଖଡ଼ଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ । ଜାତୀୟ ଜଳ ପୁରସ୍କାର ପାଇଥିବାରୁ ଗଞ୍ଜାମ ଜିଲ୍ଲା ପ୍ରଶାସନକୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Post Views103 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!