କାଲି ନବଯୌବନ ଦର୍ଶନ

ଆଜି ଶ୍ରୀବିଗ୍ରହଙ୍କ ଅନବସରରେ ଅନ୍ତିମ ଦିନ । ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । କାଲି ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଆସନ୍ତା ମଙ୍ଗଳବାର ରଥାରୂଢ ହୋଇ ଗୁଣ୍ଡିଚା ଯିବେ ଠାକୁର ।

ସେପଟେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । ରଥଯାତ୍ରା ବେଳେ ପୁରୀକୁ ଜଗିବେ ୧୮୦ ପ୍ଲାଟୁନ୍ ପୋଲିସ ଫୋର୍ସ । ସିସିଟିଭି କ୍ୟାମେରା ଓ କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ସହର ଉପରେ ରଖାଯିବ ତୀକ୍ଷ୍ଣ ନଜର । ଭକ୍ତଙ୍କ ସୁରକ୍ଷା,ଶୃଙ୍ଖଳିତ ଦର୍ଶନ ଓ ପୋଲିସ ସେବା ମନୋଭାବ ନେଇ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରାଥମିକତା ଦିଆଯାଇଛି ।

ରେଳବାଇ ଓ ତଟ ସୁରକ୍ଷା ସହ, ପହଣ୍ଡି,ରଥଟଣା,ଜନଗହଳି ନିୟନ୍ତ୍ରଣ, ଭିଆଇପିଙ୍କ ସୁରକ୍ଷା,ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ବଛା ବଛା 1000 ରୁ ଉର୍ଦ୍ଧ ଅଧିକାରୀ ମୁତୟନ କରାଯିବ । ଅନ୍ୟପଟେ ଟ୍ରାଫିକ ବ୍ୟବସ୍ଥା ସୁପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ କରାଯାଇଛି ।

Post Views66 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!