ଆଡ଼ପ ଅବଢ଼ା ପାଇଁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା

ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କର ଆରମ୍ଭ ହୋଇଛି ଲୀଳାଖେଳା । ଗତକାଲି ଶ୍ରୀବିଗ୍ରହମାନେ ଜନ୍ମବେଦୀରେ ବିଜେ କରିବା ପରେ ଆଜି ସକାଳୁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ସମ୍ପନ୍ନ ହୋଇଛି । ଆଡ଼ପ ମଣ୍ଡପରେ ଦର୍ଶନ ଓ ଆଡ଼ପ ଅବଢ଼ା ପାଇଁ ବିଶେଷ ବ୍ୟବସ୍ଥା କରାଯାଇଛି ।ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । କଳା, ଧଳା, ନାଲି, ହଳଦିଆ, ହରିତାଳ ପ୍ରିୟଙ୍ଗୁ, କସ୍ତୁରୀରେ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ ମହତ୍ବ ରହିଛି । ଅଧିକ ଭକ୍ତଙ୍କ ସମାଗମ ହେବା ଆଶଙ୍କା ଥିବାରୁ ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ । ଦର୍ଶନ ଓ ମହାପ୍ରସାଦ ପାଇବା ନେଇ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ଶୃଙ୍ଖଳିତ ରଥଯାତ୍ରା ପରେ ଗତକାଲି ଶ୍ରୀବିଗ୍ରହ ମାନଙ୍କ ଗୋଟି ପହଣ୍ଡିରେ ଆଡପ ମଣ୍ଡପ ବିଜେ ନୀତି ଅନୁଷ୍ଠିତ ହୋଇଯାଇଥିଲା ।

Post Views36 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!