ପତ୍ନୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ବିଧାୟକ

ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ।

ପତ୍ନୀଙ୍କ ହତ୍ୟା ମାମଲାରେ ଭୁବନେଶ୍ୱରର ଏକ ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ମଙ୍ଗଳବାର କୋର୍ଟ ଦଣ୍ଡ ଘୋଷଣା କରିବେ।

୧୯୯୫ରେ ରାମମୂର୍ତ୍ତିଙ୍କ ପତ୍ନୀ ଶଶିରେଖା ଗମାଙ୍ଗଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଖାରବେଳ ନଗରର ଏମ୍‌ଏଲଏ କଲୋନୀରେ ଥିବା ଘରୁ ତାଙ୍କ ପତ୍ନୀଙ୍କ ପୋଡ଼ା ମୃତଦେହ ମିଳିଥିଲା।

ଏହି ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୁଲିସ।୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!