ଦିଗପହଣ୍ଡି ଖେମୁଣ୍ଡି କଲେଜ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଓଏସଆରଟିସି ବସ ଓ ଘରୋଇ ମିନି ବସ ମୁହାମୁହିଁ ଧକ୍କା । ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୮ ଜଣ ଗୁରୁତର । ସମସ୍ତଙ୍କୁ ବ୍ରହ୍ମପୁର ଏମକେସିଜି ହସପିଟାଲରେ ଭର୍ତ୍ତି କରାଯାଇଛି । ବ୍ରହ୍ମପୁରରୁ ବିବାହ ଭୋଜି ଖାଇ ରାତିରେ ଫେରୁଥିବା ବେଳେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

