ଗୋଟିଏ ପଟେ ମୌସୁମୀ କାରଣରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ଆହୁରି ବଢ଼ିବ। ୨୬ ଓ ୨୭ ତାରିଖରେ ଲଘୁଚାପ ଯୋଗୁଁ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛ
ସୋମବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବ। ବିଶେଷକରି ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଉପରୋକ୍ତ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

