ଦିଗପହଣ୍ଡି ବସ ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁକୁ ନେଇ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜ ପରିଜନଙ୍କୁ ହରାଇଥିବା ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଏହାସହ ଦିଗପହଣ୍ଡି ଦୁର୍ଘଟଣାକୁ ନେଇ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ । ମୃତକଙ୍କ ସଂପର୍କୀୟକଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରଯାଇଛି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି ପକ୍ଷରୁ ଏହି ସହାୟତା ଘୋଷଣା କରାଯାଇଛି। ଏଥି ସହ ପ୍ରତି ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ସେହିପରି ଦିଗପହଣ୍ଡି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେପଟେ ଦିଗପହଣ୍ଡି ଦୁର୍ଘଟଣାର ମୃତକଙ୍କ ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ରାଶି ଘୋଷଣା କରାଯାଇଛି । ସେପଟେ ଆହତଙ୍କ ମାଗଣା ଚିକିତ୍ସା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଅନ୍ୟପଟେ ଆହତଙ୍କ ଚିକିତ୍ସା ଲାଗି ଏସଆରସିଙ୍କ ପକ୍ଷରୁ ୩୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରାଯାଇଛି।…

