ଆଜି ଚତୁର୍ଦ୍ଧାମୂର୍ତ୍ତୀଙ୍କ ସନ୍ଧ୍ୟା ଦର୍ଶନ

କାଲି ବାହୁଡା ସରିଆସୁଛି  ମହାପ୍ରଭୁଙ୍କ ଲୀଳାଖେଳା  । ଆଜି ନବମୀ ତିଥିରେ ଚତୁର୍ଦ୍ଧା ବିଗ୍ରହଙ୍କ ସନ୍ଧ୍ୟା ଦର୍ଶନ । ନବମୀ ସନ୍ଧ୍ୟା ଦର୍ଶନ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ  ଚାଲିବ । ତେବେ ଶ୍ରୀଗୁଣ୍ଡିଚା ମନ୍ଦିର ଭିତରେ ଥିବା ଭକ୍ତ ଅପରାହ୍ନ ୫ଟା ପରେ ବି ଦର୍ଶନର ସୁଯୋଗ ପାଇବେ । ଅପରାହ୍ନ 5ଟା ପରେ ବାହୁଡା ଯାତ୍ରା ପାଇଁ ସ୍ବତନ୍ତ୍ର ନୀତିକାନ୍ତି ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ନବମୀ ସନ୍ଧ୍ୟା ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆସନ୍ତାକାଲି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଜନ୍ମବେଦୀରୁ ରତ୍ନବେଦୀ ଅଭିମୁଖେ ବାହୁଡ଼ିବେ ମହାପ୍ରଭୁ । ଶ୍ରୀଗୁଣ୍ଡିଚା ଯାତ୍ରାରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଗମନାଗମନ ନେଇ ଯେଉଁଭଳି ବ୍ୟବସ୍ଥା ହୋଇଥିଲା ବାହୁଡା଼ ଯାତ୍ରାରେ ମଧ୍ଯ ସମାନ ବ୍ୟବସ୍ଥା କରାଯିବ ।

Post Views81 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!