ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକ ମୃତ୍ୟୁ: ତିନି ଲକ୍ଷ ଟଙ୍କା ସହାୟତା

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କେଉଁଝର ଜିଲ୍ଲା ଷଠୀଘରଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକ ମୃତ୍ୟୁବରଣ କରିଥିଲେ ।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Post Views37 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!