ମହାପ୍ରଭୁଙ୍କ ଅଧରପଣା ନିତୀର କଣ ରହିଛି ରହସ୍ୟ ?

ସରିଲା ଶ୍ରୀଜିଉଙ୍କ ସୁନାବେଶ । ମହଣ ମହଣ ସୁନାରେ ଦାଉ ଦାଉ ଦିଶିଲେ ମହାପ୍ରଭୁ  ।ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି । ପ୍ରତି ରଥରେ ଶ୍ରୀଜୀଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ ହେଉଛି ।  ସିଂହଦ୍ବାର ସମ୍ମୁଖ ଛାଉଣୀ ମଠ କୂଅ ପାଣିରେ ପଣା ପ୍ରସ୍ତୁତ ହେବ । ପଣା ପ୍ରସ୍ତୁତିରେ ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି  ପଡିବ । ତିନି ରଥରେ ୩ହାଣ୍ଡି ହିସାବରେ ମୋଟ ୯ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ । ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରାଯାଇଥାଏ ।

ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି । ପୌରାଣିକ ବର୍ଣ୍ଣନାନୁଯାୟୀ, ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ ମହାପ୍ରଭୁଙ୍କ ସହ ରଥରେ ଅନେକ ଦେବାଦେବୀ, ଦାନବ, ଗନ୍ଧର୍ଭ, ଯକ୍ଷ, ଚଣ୍ଡି, ଚାମୁଣ୍ଡା ତଥା ଅଶରିରୀମାନେ ଯାତ୍ରା କରିଥାନ୍ତି । ଏସବୁ ଆତ୍ମାର ଶାନ୍ତି ନିମନ୍ତେ ନୀଳାଦ୍ରି ବିଜେ ପୂର୍ବରୁ ମହାପ୍ରଭୁ ଅଧର ଅମୃତ ପାନ କରିଥାନ୍ତି । ଏହି ପଣା ପାନ କରି ଅତୃପ୍ତ ଆତ୍ମା ମୁକ୍ତି ଲାଭ କରିଥାଏ। ବର୍ଷକୁ ଥରେ ମଣିଷଙ୍କ ପରି ପ୍ରେତାତ୍ମାମାନେ ମଧ୍ୟ ଚାହିଁ ବସିଥା’ନ୍ତି ରଥଯାତ୍ରାକୁ। ଅତୃପ୍ତ ଆତ୍ମା ତୃପ୍ତ ହୁଅନ୍ତି, ଅଶରୀରୀମାନେ ମୁକ୍ତି ପାଆନ୍ତି ଏଭଳି ଅନେକ ଲୋକ ପ୍ରବାଦ ଅଧରପଣାକୁ ନେଇ ରହିଛି।

Post Views82 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!