ଅମରନାଥରେ ବେସ୍ କ୍ୟାମ୍ପରୁ ବାହାରିଲେ ଶ୍ରଦ୍ଧାଳୁ

ଅମରନାଥରେ ବେସ୍ କ୍ୟାମ୍ପରୁ ବାହାରିଲେ ଶ୍ରଦ୍ଧାଳୁ । କାଲିଠୁ ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ । ବରଫ ଲିଙ୍ଗ ଦର୍ଶନ ପାଇଁ ବିଭିନ୍ନ ବେସ୍ କ୍ୟାମ୍ପରେ ହଜାର ହଜାର ଶ୍ରଦ୍ଧାଳୁ ପହଞ୍ଚିଥିବା ବେଳେ ଆଜି ପ୍ରଥମ ବ୍ୟାଚ୍ ଅମରନାଥ ଯାତ୍ରା ଆରମ୍ଭ କରିଛି। ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ଜାମ୍ମୁରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଅସ୍ଥାୟୀ କ୍ୟାମ୍ପ କରି ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖିଛନ୍ତି । ଡ୍ରୋନ, ଡଗ୍ ଓ ବମ୍ ସ୍କ୍ବାଡ ଯୋଗେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ସୁଗମ ଯାତ୍ରା ପାଇଁ ବିଭିନ୍ନ ସ୍ଥାନରେ ସେନା ଓ ଜିଲ୍ଲା ପ୍ରଶାସନର କ୍ୟାମ୍ପ କରାଯାଇଛି । ଜୁଲାଇ ୧ରୁ ଅଗଷ୍ଟ ୩୧ଯାଏଁ ଚାଲିବ ଅମରନାଥ ଯାତ୍ରା ।

Post Views110 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!