ଆଜି ଶ୍ରୀଜୀଉଙ୍କ ନିଳାଦ୍ରୀ ବିଜେ । ଶ୍ରୀମନ୍ଦିର ରତ୍ନ ସିଂହାସନରେ ବିଜେ କରିବେ ଚତୂର୍ଦ୍ଧା ମୂରତୀ । ସନ୍ଧ୍ୟାରେ ଅନୁଷ୍ଠିତ ହେବ ତିନି ଠାକୁରଙ୍କ ଗୋଟି ପହଣ୍ଡି । ହେଲେ ତାପୂର୍ବରୁ ଅଭିମାନୀନୀ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାବାହୁ । ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନନେଇ ତିନି ଭାଇ ଭଉଣୀ ଗୁଣ୍ଡିଚା ଯାତ୍ରା କରିଥିବାରୁ ଅଭିମାନ କରିଛନ୍ତି ମହାଲକ୍ଷ୍ମୀ । ଏନେଇ ଶ୍ରୀମନ୍ଦିର ପ୍ରବେଶ ବେଳେ ଜଗନ୍ନାଥଙ୍କ ବାଟ ଓଗାଳିବେ ମା’ଲକ୍ଷ୍ମୀ । ଅଭିମାନରେ ଜୟବିଜୟ ଦ୍ବାର ବନ୍ଦ କରିଦେବା ପରେ ସେଠାରେ ଜଗନ୍ନାଥ ଓ ମହାଲକ୍ଷ୍ମୀଙ୍କ ପକ୍ଷରୁ ବଚନିକା ଅନୁଷ୍ଠିତ ହେବ । ଏହି ବଚନିକାରେ ମହାଲକ୍ଷ୍ମୀ ମାନଭଞ୍ଜନ ପାଇଁ ଭିତର ମହାପାତ୍ର ରସଗୋଲା ଭୋଗ କରିବେ । ଜଗନ୍ନାଥ ରସଗୋଲା ଖୁଆଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବାର ପରମ୍ପରା ରହିଛି ।

