ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷିବ ! ସତର୍କ କଲା ପାଣିପାଗ ବିଭାଗ

ଆଜିଠାରୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ବିଶେଷ ଭାବେ ଉତ୍ତର ଓ ଉପକୂଳ ଓଡ଼ିଶାର ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ବାକି ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ସେହିପରି ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, କଟକ, ଜଗସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି।

Post Views36 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!