ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିସ କରିଛନ୍ତି। ୧୦ଜୁନ ୨୦୨୨ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି। ଜଷ୍ଟିସ ଶୁଭାଶିଷ ତାଳପତ୍ର ୪ ଅକ୍ଟୋବର ୧୯୬୧ ରେ ତ୍ରିପୁରାର ଉଦୟପୁରଠାରେ ଜନ୍ମଗ୍ରହଣ କରିଥିଲେ। କୋଲକାତା ୟୁନିଭର୍ସିଟିରେ ଆର୍ଟସ ଆଣ୍ଡ ଲ’ରେ ସ୍ନାତକ କଲା ପରେ ୧୨ ସେପଟେମ୍ବର ୧୯୯୦ରେ ଆସାମ, ନାଗାଲାଣ୍ଡ, ମେଗାଳୟ, ମଣିପୁର, ତ୍ରୀପୁରା ମିଜୋରାମ ଓ ଅରୁଣାଚଳ ପ୍ରଦେଶ ବାର୍ କାଉନସିଲରେ ଦାୟିତ୍ବରେ ଥିଲେ । ଆସନ୍ତା ଅଗଷ୍ଟ ୮ରେ ହାଇକୋର୍ଟ ମୁଖ୍ୟବିଚାରପତି ଏସ. ମୂରଲିଧର ଅବସର ନେବେ । ତାଙ୍କ ସ୍ଥାନରେ ଦାୟିତ୍ବ ନେବେ ଜଷ୍ଟିସ ତାଳପାତ୍ର ।
Related Posts
ପୁଲୱାମା ଆତଙ୍କବାଦୀ ଆକ୍ରମଣ ଘଟଣାର ମାଷ୍ଟରମାଇଣ୍ଡ ନିପାତ
ପୁଲୱାମା ଆତଙ୍କବାଦୀ ଆକ୍ରମଣ ଘଟଣାର ମାଷ୍ଟରମାଇଣ୍ଡ ହମଜା ବୁରହାନକୁ ପାକିସ୍ତାନରେ ନିପାତ କରାଯାଇଛି। ପାକିସ୍ତାନରେ ଜଣେ ଅଜ୍ଞାତ ଦୁର୍ବୃତ୍ତ ହମଜାକୁ…
ଆସନ୍ତା ଜାନୁଆରୀରୁ ପୋଲାଭରମ୍ ବିରୋଧୀ ଆନ୍ଦୋଳନ ଜୋରଦାର
ଆନ୍ଧ୍ର ସରକାରଙ୍କ ଦ୍ବାରା ନିର୍ମାଣାଧୀନ ପୋଲାଭରମ୍ ପ୍ରକଳ୍ପ ଯୋଗୁ ମାଲକାନଗିରି ଜିଲାର ମୋଟୁ ଅଞ୍ଚଳର କେତେକ ପଞ୍ଚାୟତ କ୍ଷତିଗ୍ରସ୍ତ ହେବାର…
୧୧ ଲକ୍ଷ ଲକ୍ଷପତି ଦିଦିଙ୍କୁ ମିଳିବ ପ୍ରମାଣପତ୍ର
ମହିଳା ସଶକ୍ତୀକରଣ କ୍ଷେତ୍ରରେ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି ମୋଦି ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୧୧…

