ବୋଲ୍ ବମ୍ ହର ହର ବମ୍ରେ କମ୍ପୁଛି ଶୈବପୀଠ । ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବ ପୀଠ । ଦେବଦେବ ମହାଦେବଙ୍କ ଉପରେ ପାଣି ଢାଳି ଶୁଭ ମନାସୁଛନ୍ତି କାଉଡ଼ିଆ ।ଚଳିତବର୍ଷ ଯୋଡ଼ା ଶ୍ରାବଣ ପଡୁଥିବାବେଳେ ଜୁଲାଇ ମାସରେ ଆଜି ଓ ୧୭ ତାରିଖ ଦିନ ଜଳଲାଗି କରାଯିବ । ସେହିପରି ଅଗଷ୍ଟ ମାସର ଶେଷକୁ ଦୁଇଟି ସୋମବାର ୨୧ ତାରିଖ ଓ ୨୮ ତାରିଖ ଦିନ ମଧ୍ୟ ଜଳଲାଗିର ବ୍ୟବସ୍ଥା ରହିଛି । କାଉଡ଼ିଆଙ୍କର ସୁରକ୍ଷା ଓ ଶୃଙ୍ଖଳିତ ଜଳଲାଗି ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

