ଆସନ୍ତା ୧୬ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଆସନ୍ତା ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଘନୀଭୂତ ହୋଇ ନେଇପାରେ ଲଘୁଚାପର ରୂପ । ସେପଟେ ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧ ଜୁନରୁ ଆଜି ପର୍ଯ୍ୟନ୍ତ ୨୪୩ ଦଶମିକ ୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ଯାହାକି ସ୍ବାଭାବିକ ବର୍ଷା ୩୩୪.୪ ମିଲିମିଟର ତୁଳନାରେ ୨୭ ପ୍ରତିଶତ କମ ।ଲଘୁଚାପ ସୃଷ୍ଟି ପାଇଁ ପାଗ ଅନୁକୂଳ ହୋଇଛି । ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ସମ୍ଭାବନା ରହିଛି । ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସହିତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଦେବଗଡ ଜିଲ୍ଲାରେ ସର୍ବାଧିକ ୪୭୪.୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ବାଭାବିକ ବର୍ଷା ତୁଳନାରେ ୪୨% ଅଧିକ ।

Post Views76 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!