କଂଗ୍ରେସରୁ ଆଉଟ୍ ବିଧାୟକ ମହମ୍ମଦ ମୋକିମ୍ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ

ଆଜି କଂଗ୍ରେସରୁ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ଓ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରାଯାଇଛି ।

ଏହି ଦୁଇ ପ୍ରଭାବଶାଳୀ ନେତାଙ୍କ ନିଲମ୍ବନ ରାଜ୍ୟ କଂଗ୍ରେସରେ ଚର୍ଚ୍ଚା ଓ ଆଲୋଡ଼ନର ବିଷୟ ହୋଇଛି । ୨୦୧୯ ସାଧାରଣ ନିର୍ବାଚନ ପରଠୁ ଚିରଞ୍ଜିବୀ ନିଜକୁ ଦଳୀୟ ସାଂଗଠନିକ କାର୍ଯ୍ୟରୁ ସମ୍ପୂର୍ଣ୍ଣ ଦୂରେଇ ରଖିଥିବାବେଳେ ମୋକିମ୍ ବିଭିନ୍ନ ସମୟରେ ଦଳୀୟ ନିଷ୍ପତ୍ତିକୁ ପାଳନ କରୁନଥିଲେ ।

ଏଆଇସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ସଦସ୍ୟ ସଚିବ ତାରିକ୍ ଅନୱାର କହିଛନ୍ତି ଯେ, ଚିରଞ୍ଜିବୀ ଓ ମୋକିମ୍ ଦଳବିରୋଧୀ ଗତିବିଧିରେ ଲିପ୍ତ ଥିବା ନେଇ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କରିଥିଲେ । ତାଙ୍କର ଏହି ଅଭିଯୋଗ ଉପରେ ଶୃଙ୍ଖଳାଗତ କମିଟିରେ ଆଲୋଚନା ହୋଇଥିଲା ଓ ଉଭୟ ନେତାଙ୍କୁ କାରଣଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା ।

ଉଭୟ ନେତାଙ୍କଠୁ ଯେଉଁ ଉତ୍ତର ମିଳିଥିଲା ତାହା ସନ୍ତୋଷଜନକ ନଥିଲା । ତେଣୁ ଉଭୟ ନେତାଙ୍କୁ ଦଳ ବିରୋଧୀ କାର୍ଯ୍ୟକ୍ରମରେ ଲିପ୍ତ ରହିବା କାରଣରୁ ତତ୍କାଳ ପ୍ରଭାବରୁ କଂଗ୍ରେସ ଦଳରୁ ନିଲମ୍ବନ କରାଗଲା ବୋଲି ଅନୱାର ସୂଚନା ଦେଇଛନ୍ତି ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!