ମାର୍କେଟ ବିଲ୍ଡିଂ ବନ୍ଦ ନେଇ ସମୟ ମାଗିଲେ ବିଏମସି କମିଶନର

ବିଏମସି କମିଶନର ମାର୍କେଟ୍ ବିଲ୍ଡିଂ ବନ୍ଦ ପ୍ରସଙ୍ଗରେ ସମୟ ମାଗିଲେ । ଉଠାଦୋକାନୀମାନଙ୍କୁ ବିଏମସି ଉଠାଇପାରିନଥିବାରୁ ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ ରଖିଛି ବ୍ୟବସାୟୀ ସଂଘ । ସମାଧାନ ନହେବା ପର୍ଯ୍ୟନ୍ତ ମାର୍କେଟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି ।

ଉଠାଦୋକାନୀଙ୍କ ମଧ୍ୟରେ ଅଧିକାଂଶ ବାହାର ରାଜ୍ୟର ଲୋକେ । ବିଏମସିର ଅଧିକାରୀଙ୍କ ସମ୍ପୃକ୍ତି ଯୋଗୁଁ ବେଆଇନ ଭାବେ ଏଠାରେ ଉଠାଦୋକାନୀମାନେ ବସୁଥିବା ସଂଘ ଅଭିଯୋଗ କରିଛନ୍ତି ।
ଉଭୟ ପକ୍ଷଙ୍କୁ ସହଯୋଗ କରିବାକୁ ଅନୁରୋଧ କଲେ କମିଶନର୍ ବିଜୟ ଅମୃତଲାଲ କୁଲାଙ୍ଗେ । ପୂର୍ବରୁ ୨ ଥର ମାର୍କେଟ୍ ବିଲ୍ଡିଂ କର୍ମକର୍ତାଙ୍କ ସହ ବୈଠକ ହୋଇଛି ।

ସେଠାରେ କିଛି ଆଇନଗତ ସମସ୍ୟା ଥିବାରୁ ଟିକେ ସମୟ ଦରକାର ବୋଲି କହିଛନ୍ତି ବିଏମସି କମିଶନର । ମାର୍କେଟ୍ ବିଲ୍ଡିଂରେ ସ୍ଥାୟୀ ଓ ଅସ୍ଥାୟୀ ବ୍ୟବସାୟୀ ସଂଘ ଭିତରେ କିଛି ଦିନ ଧରି ବିବାଦ ଲାଗି ରହିଛି । ଉଠା ଦୋକାନୀଙ୍କୁ ମାର୍କେଟ ବିଲ୍ଡିଂରୁ ଉଠାଇବା ପାଇଁ ଦାବି କରି ଧାରଣା ଦେଇଛନ୍ତି ମାର୍କେଟ ବ୍ୟବସାୟୀ ସଂଘ ।

ମାର୍କେଟ ବିଲ୍ଡିଂ ପରିସରରେ ଥିବା ସ୍ଥାୟୀ ଓ ଅସ୍ଥାୟୀ ବିବାଦର ସମାଧାନ ହୋଇପାରିନାହିଁ । ମସସ୍ୟା ସମାଧାନ ଲାଗି ସେଟ୍ରାଂଲ ମାର୍କେଟ ବ୍ୟବସାୟୀ ସଂଘ ପକ୍ଷରୁ ବିଏମସିକୁ ତିନି ଦିନ ସମୟ ଦିଆଯାଇଥିଲା ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!