ଜଷ୍ଟିସ ଦୀପକ ମିଶ୍ର ପାଇବେ ‘ଉତ୍କଳ ରତ୍ନ’ ସମ୍ମାନ

ସାରସ୍ୱତ ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ସର୍ବୋଚ୍ଚ ନ୍ୟାୟାଳୟର ପ୍ରାକ୍ତନ ମୁଖ୍ୟ ବିଚାରପତି ଦୀପକ ମିଶ୍ରଙ୍କୁ ଚଳିତବର୍ଷ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ‘ଉତ୍କଳ ରତ୍ନ’ ପ୍ରଦାନ କରାଯିବ। ଏହାଛଡ଼ା ବିଭିନ୍ନ କ୍ଷେତ୍ରରେ ୨୮ ଜଣଙ୍କୁ ସମ୍ମାନିତ କରାଯିବ। ଅନୁଷ୍ଠାନର ସଭାପତି ଡ. ଗୋବିନ୍ଦ ଚନ୍ଦ୍ର ଚାନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟନିର୍ବାହିକା ସମିତି ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏହି ବାର୍ଷିକ ସମାବର୍ତ୍ତନ ଉତ୍ସବ ଜୁଲାଇ ୨୯ ତାରିଖ ଦିନ ଉଦ୍‌ଘାଟନ ହେବ।

ଏହି ମର୍ଯ୍ୟାଦାଜନକ ସମ୍ମାନଗୁଡ଼ିକ ଜୁଲାଇ ୩୦ ତାରିଖ ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ଉତ୍କଳ ସାହିତ୍ୟ ସମାଜର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଅନ୍ୟମାନଙ୍କ ମଧ୍ୟରେ ରାଧାମୋହନ ମହାପାତ୍ରଙ୍କୁ ‘ଶୁକଦେବ ସାହୁ ଉପନ୍ୟାସ ସମ୍ମାନ’, ସଂଯୁକ୍ତା ମହାନ୍ତିଙ୍କୁ ‘ଫକୀରମୋହନ କ୍ଷୁଦ୍ରଗଳ୍ପ ସମ୍ମାନ’, ମନ୍ମଥ କୁମାର ଶତପଥୀଙ୍କୁ ‘ରାମଚନ୍ଦ୍ର ମିଶ୍ର ନାଟକ ସମ୍ମାନ’, ପ୍ରହ୍ଲାଦ ଚନ୍ଦ୍ର ନାୟକଙ୍କୁ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ସାହିତ୍ୟ ସମ୍ମାନ’, ବିମଳ ଜେନାଙ୍କୁ ‘ଗଙ୍ଗାଧର ମେହେର କବିତା ସମ୍ମାନ’, କମ୍ବୁପାଣି ସାମନ୍ତଙ୍କୁ ‘ଗୋପୀନାଥ ନନ୍ଦ ପ୍ରବନ୍ଧ-ସମାଲୋଚନା ସାହିତ୍ୟ ସମ୍ମାନ’, ଡ. ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ‘ରାମକୃଷ୍ଣ ନନ୍ଦ ଶିଶୁ-ସାହିତ୍ୟ ସମ୍ମାନ’, ତ୍ରିପୁରା ମିଶ୍ରଙ୍କୁ ‘ବୈଷ୍ଣବ ପାଣି କଳା ସମ୍ମାନ’, ରମେଶ ଚନ୍ଦ୍ର ରଥଙ୍କୁ ‘ପ୍ରଫୁଲ୍ଲ ଦାସ ଅନୁବାଦ ସାହିତ୍ୟ ସମ୍ମାନ’, ଛାୟାକାନ୍ତ ଷଡ଼ଙ୍ଗୀଙ୍କୁ ‘ରାଧାନାଥ ରଥ ସମ୍ବାଦ ସାହିତ୍ୟ ସମ୍ମାନ’, ଚୈତନ୍ୟ କୁମାର ସାହୁଙ୍କୁ ‘ଗୋବିନ୍ଦ ନାରାୟଣ ଆଧ୍ୟାତ୍ମିକ ସାହିତ୍ୟ ସମ୍ମାନ’, ଅପର୍ଣ୍ଣା ମିଶ୍ରଙ୍କୁ ‘ବସନ୍ତ କୁମାରୀ ଦେବୀ ଲେଖିକା ସମ୍ମାନ’, ସତ୍ୟନାରାୟଣ ମହାପାତ୍ରଙ୍କୁ ‘ବିଦ୍ୟାଧର ମିଶ୍ର ଜୀବନୀ ସାହିତ୍ୟ ସମ୍ମାନ’,

ଦେବୁପ୍ରସାଦ ଚାଟାର୍ଜୀଙ୍କୁ ‘ଉଦୟନାଥ ଷଡ଼ଙ୍ଗୀ ସାମ୍ବାଦିକତା ସମ୍ମାନ’ ରମାକାନ୍ତ ମହାପାତ୍ରଙ୍କୁ ‘ନୀରଦପ୍ରଭା ହାସ୍ୟବ୍ୟଙ୍ଗ ସମ୍ମାନ’, କାହ୍ନୁଚରଣ ଲେଙ୍କାଙ୍କୁ ‘ବିଶ୍ୱନାଥ ମିଶ୍ର ଆତ୍ମଜୀବନୀ ସମ୍ମାନ’, ବାବାଜୀ ଚରଣ ଜେନାଙ୍କୁ ‘ନବରୂପା ରାଜ ଗୀତିକବିତା ସମ୍ମାନ’, ଗୋପୀନାଥ ବେହେରାଙ୍କୁ ‘କବିଚନ୍ଦ୍ର ସଂଗୀତଗୁରୁ ସମ୍ମାନ’, ସ୍ୱରୂପା ଚକ୍ରବର୍ତ୍ତୀଙ୍କୁ ‘ଭିକାରୀ ବଳ କଣ୍ଠଶିଳ୍ପୀ ସମ୍ମାନ’, ବିଶ୍ୱକେଶ ତ୍ରିପାଠୀଙ୍କୁ ‘ବିକ୍ରମ ଦାସ ଭ୍ରମଣ କାହାଣୀ ସମ୍ମାନ’, ଇଂ. ସୌରାଂଶୁ

ପଟ୍ଟନାୟକଙ୍କୁ ‘ପ୍ରଭା ପଟେଲ ରମ୍ୟରଚନା ଓ ଲଳିତ ନିବନ୍ଧ ସମ୍ମାନ’, ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ‘ବ୍ରହ୍ମାନନ୍ଦ ପଣ୍ଡା ସାଂସ୍କୃତିକ ସଂଗଠକ ସମ୍ମାନ’, ସୁଜିତ୍ କୁମାର ପଣ୍ଡାଙ୍କୁ ‘କୈଳାସ ଚନ୍ଦ୍ର ସିଂହ ଯୁବ ସାରସ୍ୱତ ସମ୍ମାନ’, ନଳିନୀକାନ୍ତ ନନ୍ଦ (ଏସ୍‌.ବି.ପବ୍ଲିଶର୍ସ)ଙ୍କୁ ‘ଦେବବ୍ରତ କର ପ୍ରକାଶକ ସମ୍ମାନ’, ଡ. ମହେନ୍ଦ୍ର କୁମାର ମିଶ୍ରଙ୍କୁ ‘ନିରଞ୍ଜନ ଦାସ ଭାଷା ସମ୍ମାନ’, ସୁଶାନ୍ତ କୁମାର ନାୟକଙ୍କୁ ‘ବାଗ୍ମୀ ବିଶ୍ୱନାଥ କର ସମ୍ପାଦନା ସମ୍ମାନ’ ଓ ରାଜବଲ୍ଲଭ ସାହୁଙ୍କୁ ‘ସୁନାମଣି ସାମଲ ଚିତ୍ରଶିଳ୍ପୀ ସମ୍ମାନ’ ପ୍ରଦାନ କରାଯିବ ବୋଲି ସାଧାରଣ ସମ୍ପାଦକ ଆଦିତ୍ୟ ପ୍ରତାପ ଧଳ ସଙ୍ଗଠନ ସମ୍ପାଦକ ଡ. ସୁନାମଣି ରାଉତ ଜଣାଇଛନ୍ତି।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!