ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଚଳିତ ମାସ ୫ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ ସମୟରେ ସ୍ଥାନୀୟ ଜନସାଧାରଣ ଖଡଗ ନଦୀରେ ଏକ ବ୍ୟାରେଜ ନର୍ମାଣ ପାଇଁ ଦାବୀ ପତ୍ର ଦେଇଥିଲେ । ଏ ସଂପର୍କରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ଜନସାଧାରଣଙ୍କ ଦାବୀ ସଂପର୍କରେ ଅବଗତ କରାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଅନୁରୋଧକୁ ଗ୍ରହଣ କରିଥିଲେ ।

ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ ।

ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲ୍ଲା – ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଳକ, କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଳକ ଓ ବଲାଙ୍ଗୀର ଜିଲ୍ଲାର ଗୁଡଭେଲା ବ୍ଳକର ପ୍ରାୟ ୨୦ ହଜାରରୁ ଅଧିକ ଲୋକ ଉପକୃତ ହେବେ । ଏହି ଯୋଜନାରେ ବାଲିଗୁଡା ବ୍ଳକର ଲଡଗାଁ ଗ୍ରାମ ନିକଟରେ ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ୟ୍ୟ କରାଯିବ ।

କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ ଓ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ, ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ୟ ବିଶେଷ ସହାୟକ ହେବ ।

Post Views8 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!