ଜଷ୍ଟିସ୍ ତାଳପତ୍ରଙ୍କ ନାଁରେ ମୋହର ମାରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ।
ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ୨୦୧୧ ନଭେମ୍ବର ୧୫ରେ ଗୌହାଟୀ ହାଇକୋର୍ଟ ବିଚାରପତି ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ୨୦୧୩ରେ ତ୍ରିପୁରାରେ ସ୍ୱତନ୍ତ୍ର ହାଇକୋର୍ଟ ପ୍ରତିଷ୍ଠା ପରେ ତାଙ୍କୁ ବଦଳି କରାଯାଇଥିଲା । ୨୦୨୨ ଜୁନ୍ ୧୦ରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଥିଲେ ।
ସେବେଠାରୁ ଓଡ଼ିଶା ହାଇକୋର୍ଟର ବିଚାରପତି ଅଛନ୍ତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ।
ଆସନ୍ତା ମାସରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍ ମୁରଲୀଧର ଅବସର ନେବେ । ଏହା ପରେ । ପରେ ତୁଲାଇବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ।

