ଆଜି ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ । ବାଘର ବଂଶବୃଦ୍ଧି ବନାଞ୍ଚଳର ଭାରସାମ୍ୟ ରକ୍ଷାରେ ସହାୟକ ହୋଇଥାଏ | କ୍ରମାଗତ ଭାବେ ବାଘ ସଂଖ୍ୟା ହ୍ରାସ ପାଉଥିବାରୁ ଏମାନଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳନ କରାଯାଉଛି । ଧୀରେ ଧୀରେ ବାଘଙ୍କ ସଂଖ୍ୟା କମିବାରେ ଲାଗିଛି । ଜଙ୍ଗଲ ହ୍ରାସ ଓ ବାଘ ଶିକାର ଏହାର ପ୍ରମୁଖ କାରଣ | ବାଘ ସଂରକ୍ଷଣ ପ୍ରତି ସଚେନତନା ବୃଦ୍ଧି କରିବା ଓ ବାଘ ରହୁଥିବା ପରିବେଶକୁ ସୁରକ୍ଷିତ ରଖିବା ଦିଗରେ ଲୋକଙ୍କ ମଧ୍ୟରେ ଜନସଚେତନତା ସୃଷ୍ଟି କରିବା ଲାଗି ପ୍ରତି ବର୍ଷ ଜୁଲାଇ ୨୯କୁ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଭାବେ ପାଳନ କରାଯାଉଛି । ୨୦୧୦ ମସିହା ଜୁଲାଇ ୨୯ ତାରିଖରେ ରୁଷିଆର ସେଣ୍ଟପିଟର୍ସବର୍ଗ ଶିଖର ସମ୍ମିଳନୀରେ ପ୍ରସ୍ତାବ ଗୃହୀତ ହେବା ପରେ ବିଶ୍ବବାସୀ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳନ କରିଆସୁଛନ୍ତି ।

