ଜେ.କ୍ରିଷ୍ଣା କିଶୋର ନୂଆ ମୁଖ୍ୟ ଆୟକର ଆୟୁକ୍ତ

ଭାରତ ସରକାରଙ୍କ ଅଗ୍ରଣୀ ଏଜେନ୍ସି ‘ଆୟକର ବିଭାଗ’ର ମୁଖ୍ୟ ଆୟକର ଆୟୁକ୍ତ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଜେ.କ୍ରିଷ୍ଣା କିଶୋରଙ୍କୁ ଗୁରୁବାର ସରକାରଙ୍କ ପକ୍ଷରୁ ନିଯୁକ୍ତି ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ) ଅଧିକାରୀ ଜେ.କ୍ରିଷ୍ଣା କିଶୋରଙ୍କୁ ମୁଖ୍ୟ ଆୟକର ଆୟୁକ୍ତ ଭାବେ ନିକଟରେ ପଦୋନ୍ନତି ମିଳିଛି।

ବର୍ତ୍ତମାନ କିଶୋର ଆୟକର ବିଭାଗ ଓଡ଼ିଶା ପ୍ରାନ୍ତର ତଦନ୍ତ ନିର୍ଦ୍ଦେଶାଳୟରେ ପ୍ରମୁଖ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି। ସେହିଭଳି ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନରେ ଥିବା କେନ୍ଦ୍ର ପ୍ରତ୍ୟକ୍ଷ ଟିକସ ବୋର୍ଡ ପକ୍ଷରୁ କିଶୋରଙ୍କ ପଦୋନ୍ନତି ସମ୍ପର୍କରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଅପରପକ୍ଷରେ ଜେ.କ୍ରିଷ୍ଣା କିଶୋରଙ୍କର ଆୟକର କ୍ଷେତ୍ରରେ ଯଥେଷ୍ଟ ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ରହିଛି। କିଶୋର ଦକ୍ଷ ଓ ସଚ୍ଚୋଟ ଅଧିକାରୀ ଭାବେ ବେଶ୍‌ ଜଣାଶୁଣା।

ଏପରିକି ଓଡ଼ିଶା ପ୍ରାନ୍ତରେ କିଶୋରଙ୍କର କାର୍ଯ୍ୟକାଳ ସମୟରେ ଆୟକର ତଦନ୍ତ ନିର୍ଦ୍ଦେଶାଳୟ ସବୁ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ କରିଛି। ତାଙ୍କ ତତ୍ତ୍ୱାବଧାନରେ ସବୁଠୁ ଅଧିକ ନଗଦ ଟଙ୍କା ଜବତ କରାଯିବା ସହ ସର୍ବାଧିକ ଗୋପନୀୟ ଆୟ ଠାବ କରାଯିବା କ୍ଷେତ୍ରରେ ମଧ୍ୟ ଉଲ୍ଲେଖନୀୟ ସଫଳତା ମିଳିଛି।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!