ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।ସେହିପରି ୧୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି।

ଗଭୀର ଅବପାତଟି ଖେପୁପଡ଼ାରୁ ୧୬୦, ଦୀଘାରୁ ୪୨୦ କିମି ଦୂରରେ ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ । ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବ ।

ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି  ବର୍ଷା। ଏହି ଜିଲ୍ଲାଗୁଡ଼ିକ ହେଉଛି- ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱର। ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!