ଶୈଳେନ୍ଦ୍ର କୁମାର ଦ୍ୱିବେଦୀଙ୍କୁ ରାଜ୍ୟ ସରକାର ସ୍ବତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି

ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। କଟକ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅମ୍ବର କୁମାର କରଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ରୂପେ କାର୍ଯ୍ୟ କରିବେ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଅମ୍ବର କୁମାର କରଙ୍କ ସମେତ ବରିଷ୍ଠ ଓଏଏସ୍ ଅଫିସର ସଂଘମିତ୍ରା ଶତପଥୀଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି।

ଶତପଥୀ ଏବେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି ଅବକାରୀ ବିଭାଗର ଅତିରିକ୍ତ ସଚିବ ମିହିର ପ୍ରସାଦ ମହାନ୍ତିଙ୍କ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ବଦଳି ହୋଇଛି। ନୟାଗଡ଼ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟଙ୍କୁ କଟକ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି।

ସେହିପରି ପୁରୀ-କୋଣାର୍କ ଉନ୍ନୟନ ପ୍ରାଧିକରଣର ସଚିବ ଲଲାଟେନ୍ଦୁ ସାହୁଙ୍କୁ ଓଟିଡିସି ଜେନେରାଲ ମ୍ୟାନେଜର, ବରିଷ୍ଠ ଓଏଏସ୍ ବୈତୁରା ଦୀପଙ୍କୁ ଖୋର୍ଦ୍ଧା ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସୋନପୁର ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟାଂଶୁ ରୁଟଙ୍କୁ ଝାରସୁଗୁଡ଼ା ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି।

ସେହିପରି ବରିଷ୍ଠ ଓଏଏସ୍ ଅଫିସର ତଥା ସାଧାରଣ ଉଦ୍ୟୋଗ ବିଭାଗରେ ଅତିରିକ୍ତ ସଚିବ ଶୈଳେନ୍ଦ୍ର କୁମାର ଦ୍ୱିବେଦୀଙ୍କୁ ରାଜ୍ୟ ସରକାର ସ୍ବତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏହି ପଦୋନ୍ନତି ପରେ ସେହି ବିଭାଗରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କାର୍ଯ୍ୟ କରିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Post Views75 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!