ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ରାଜ୍ୟରେ ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟରେ ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ଏହାଦ୍ୱାର ବାର୍ଷିକ ୬୪ କୋଟି ଟଙ୍କା ଖର୍ଚ୍ଚ ହେବ ଓ ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ। ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁଯାୟୀ ଡାକ୍ତରଖାନାମାନଙ୍କରେ ଶଯ୍ୟା ପିଛା ଦିଆଯାଉଥିବା ସାଧାରଣ ଦୈନିକ ଖାଦ୍ୟ ବାବଦକୁ ୮୫ ଟଙ୍କା ବଦଳରେ ୧୧୦ ଟଙ୍କା, ଶିଶୁମାନଙ୍କ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା, ଉଚ୍ଚ ପୁଷ୍ଟିସାରଯୁକ୍ତ ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୯୫ ଟଙ୍କାରୁ ୧୨୦ ଟଙ୍କା, ଶୁଖିଲା ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା ଏବଂ ତରଳ ଖାଦ୍ୟ ବାବଦକୁ ଦିଆଯାଉଥିବା ଦୈନିକ ୮୫ ଟଙ୍କାରୁ ୧୧୦ ଟଙ୍କାକୁ ବୃଦ୍ଧି କରାଯାଇଛି।

Post Views34 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!