ରାହୁଲ ଗାନ୍ଧୀଙ୍କୁ ଆଶ୍ବସ୍ତି । ମୋଦି ସାଙ୍ଗିଆ ମାମଲାରେ ଦଣ୍ଡାଦେଶ ଉପରେ ରୋକ ।2019ରେ କର୍ଣ୍ଣାଟକ କୋଲରରେ ମୋଦି ସାଙ୍ଗିଆକୁ ନେଇ ରାହୁଲ ଦେଇଥିବା ବୟାନକୁ ନେଇ ଆଇପିସିର ଧାରା 499, 500 ଓ 504 ଅନୁସାରେ ମାମଲା ରୁଜୁ ହୋଇଥିଲା । ଗତ ମାର୍ଚ୍ଚ 23ତାରିଖରେ ମାନହାନି ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ 2 ବର୍ଷ ଜେଲଦଣ୍ଡାଦେଶ ଦେଇଥିଲେ ସୁରତ ସିଜେଏମ କୋର୍ଟ । ଗୁଜରାଟ ହାଇକୋର୍ଟ ମଧ୍ୟ ତଳକୋର୍ଟଙ୍କ ରାୟ କାଏମ ରଖିଥିଲେ

