ଜମ୍ମୁ-କାଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ବେଳେ ଯବାନମାନେ ସହିଦ ହୋଇଥିବା ସୂଚନା ମିଳିଛି।
ଆତଙ୍କାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖି ପ୍ରଥମେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାପରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।
ଏହି ସମୟରେ ୩ ଜଣ ଯବାନ ଗୁରୁତର ଆହତ ହେବା ସହ ତୁରନ୍ତ ସେମାନଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ସେମାନେ ଆଖିବୁଜି ଦେଇଥିଲେ।
କୁଲଗାମ ଜିଲ୍ଲାର ଏକ ଜଙ୍ଗଲରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏହାପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।

