ଆଞ୍ଜେଲିନା ପ୍ରଧାନଙ୍କୁ ସୋନପୁର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି

ରାଜ୍ୟର ୯ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ଅଫିସର ସନ୍ତୋଷ କୁମାର ପ୍ରଧାନଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।

ସେହିପରି ସମ୍ୱଲପୁର ଅତିରିକ୍ତ ଉପଜିଲ୍ଲାପାଳ ଆଞ୍ଜେଲିନା ପ୍ରଧାନଙ୍କୁ ସୋନପୁର ଅତିରିକ୍ତ ଜିଲ୍ଲାପାଳ, ସମ୍ୱଲପୁରର ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନାଙ୍କୁ ବଲାଙ୍ଗିର ଉପଜିଲ୍ଲାପାଳ, ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ ରାମଦାସ ଟୁଡ଼ୁଙ୍କୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲର ରେଜିଷ୍ଟ୍ରାର(ପ୍ରଶାସନିକ) ଏବଂ ବଲାଙ୍ଗିର ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡାଙ୍କୁ ସମ୍ୱଲପୁର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

ସେହିପରି ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବା ବେଳେ ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟୋପୋଙ୍କୁ ସମ୍ୱଲପୁର ଚକବନ୍ଦୀ ଓ ବନ୍ଦୋବସ୍ତ ଅତିରିକ୍ତ କମିସନର ଭାବେ ବଦଳି କରାଯାଇଛି । ବରଗଡ଼ ଉପଜିଲ୍ଲାପାଳ ଲଲାଟ କୁମାର ଲୁହାଙ୍କୁ ବରଗଡ଼ ଜିଲ୍ଲାର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିବାବେଳେ ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣଙ୍କୁ ବରଗଡ଼ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!