ଯୁବକଙ୍କ ପାଇଁ ବଡ ସୁଯୋଗ

ରାଜ୍ୟରେ ଆରମ୍ଭ ହେଲା ନୂତନ ଉନ୍ନତ ଅଭିଳାଷା ବା ନୂଆ ଓଡ଼ିଶା ଯୋଜନା । ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତି ୩୮୫ କୋଟି ଟଙ୍କା ବ୍ୟୟ ଅଟକଳରେ ନୂତନ ଉନ୍ନତ ଅଭିଳାଷା (ନୂଆ) ଓଡ଼ିଶା ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ କରିଛି । ଉନ୍ନତମାନର ପ୍ରଶିକ୍ଷଣ ପ୍ରଦାନ, ଶିଳ୍ପ ସଂଯୋଗକୁ ପ୍ରୋତ୍ସାହିତ କରିବା ଏବଂ ନିଯୁକ୍ତି ଦକ୍ଷତା ବୃଦ୍ଧି କରି ଦକ୍ଷ ମାନବ ସମ୍ବଳ ଅଭାବକୁ ଦୂର କରିବା ଦିଗରେ ଏହି ଯୋଜନା କାର୍ଯ୍ୟ କରିବ । ପାରମ୍ପରିକ କ୍ଷେତ୍ର ହସ୍ତଶିଳ୍ପ, ହସ୍ତତନ୍ତ, କୃଷି ଇତ୍ୟାଦିରେ ନୂତନ ଜ୍ଞାନକୌଶଳର ବ୍ୟବହାରରେ ଥିବା ଦକ୍ଷତା ବ୍ୟବଧାନକୁ ଦୂର କରିବାରେ ଏହା ସହାୟକ ହେବ।

ଏଥିତରେ ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା, ଛାତ୍ରଛାତ୍ରୀଙ୍କ ପାଇଁ ଆଡ୍ ଅନ୍ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୁବକମାନଙ୍କ ପାଇଁ ଡିଜିଟାଲ ଓ ଇ-ପାଠ୍ୟକ୍ରମ, ବିଭିନ୍ନ ଅନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ପାଇଁ ନିଯୁକ୍ତି ଦକ୍ଷତା ଇତ୍ୟାଦି ରଖାଯିବ । ୩୦ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିତବା ଆଇଟିଆଇ, ପଲିଟେକ୍ନିକ୍, ସରକାରୀ ଦକ୍ଷତା ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ, କ୍ଲଷ୍ଟର ମାଧ୍ୟମରେ ଦକ୍ଷତା, ପୁନଃଦକ୍ଷତା ବୃଦ୍ଧି କରାଯିବ ।

ପ୍ରତିଷ୍ଠିତ ଶିଳ୍ପ ଏବଂ ତାଲିମ ପ୍ରଦାନକାରୀ ସଂଘ ଇତ୍ୟାଦିଙ୍କୁ ନେଇ ଦକ୍ଷତା କାର୍ଯ୍ୟକ୍ରମ କରାଯିବ । ରାଜ୍ୟରେ ଅତ୍ୟାଧୁନିକ ପ୍ରଶିକ୍ଷଣ କେନ୍ଦ୍ର, ସୁସସଜ୍ଜିତ ଲ୍ୟାବ୍ ପ୍ରତିଷ୍ଠା ହେଲେ ସ୍କିଲ୍ସ-ଇନ୍- ଓଡ଼ିଶା’ ବ୍ରାଣ୍ଡକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ। ୨୦୨୩-୨୪ ବଜେଟରେ ଏହି ଯୋଜନାକୁ ନେଇ ପରିକଳ୍ପନା କରାଯାଇଥିଲା ।

Post Views35 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!