କବି ଗଙ୍ଗାଧର ମେହରଙ୍କ ସ୍ମୃତି ଐତିହାସିକ ପୀଠର ସର୍ବାଙ୍ଗୀନ ଉନ୍ନତି ଓ ସୌନ୍ଦର୍ଯ୍ୟକରଣ କରାଯାଇ ଏହାକୁ ଓଡ଼ିଆ ସାହିତ୍ୟର ଏକ ଗବେଷଣା କେନ୍ଦ୍ର ତଥା ଏକ ଆକର୍ଷଣୀୟ ପୀଠରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିରେ କବି ଭବନ, ସ୍ମୃତି ଭବନ ଓ ଗଙ୍ଗାଧର ମେହର ପାର୍କ ନିର୍ମାଣ କରାଯିବ। ରୂପାନ୍ତର ପରେ ପ୍ରତି ବର୍ଷ ଏଠାକୁ ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ଆଶା କରାଯାଉଛି ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ।
ସେହିପରି ଜୁନ ୨୬ ତାରିଖ ଦିନ ପାଣ୍ଡିଆନ ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ବରପାଲିସ୍ଥିତ ଜନ୍ମସ୍ଥାନ ପରିଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ କମିଟି ସଦସ୍ୟମାନଙ୍କ ସହିତ ଜନ୍ମସ୍ଥାନର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ। ସ୍ୱଭାବ କବି ଗଙ୍ଗାଧର ମେହର ଓଡ଼ିଆ ଜାତିର ମହାନ୍ ସନ୍ତାନ ।

