ଓଡ଼ିଶାରେ ଗଡ଼ିବ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍

ମେ’ ୧୮ରେ ଓଡ଼ିଶାରେ ଗଡ଼ିଥିଲା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀ-ହାୱଡା ମଧ୍ୟରେ ଏହି ଟ୍ରେନ ଚଳାଚଳର ଶୁଭାରମ୍ଭ ହୋଇଥିଲା । ସେତେବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ଏକ୍ସପ୍ରେସ ଦାବି କରିଥିଲେ । ପୁରୀ-ରାଉରକେଲା ଓ ଭୁବନେଶ୍ୱର-ହାଇଦ୍ରାବାଦ ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଦାବି କରିଥିଲେ ମୁଖ୍ୟମନ୍ତ୍ରୀ ।

ଖୁବ୍ଶୀଘ୍ର ଓଡ଼ିଶାରେ ଗଡ଼ିବ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ରାଉରକେଲାରୁ ଭୁବନେଶ୍ୱର ରୁଟରେ ବନ୍ଦେ ଭାରତ ଟ୍ରେନ ଚଳାଇବାକୁ ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଆଜି ଭୁବନେଶ୍ୱରରେ ରାଜଧାନୀ ଏକ୍ସପ୍ରେସରେ ତେଜସ୍ କୋଚର ଶୁଭାରମ୍ଭ କରିବା ଅବସରରେ ଏହି ଘୋଷଣା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ଏହା ପୁରୀରୁ ଭୁବନେଶ୍ବର, କଟକ, ଢେଙ୍କାନାଳ, ଅନୁଗୁଳ, ତାଳଚେର, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଦେଇ ରାଉରକେଲା ଯାଏ ଚାଲିବ। ଏହାଫଳରେ ପଶ୍ଚିମ ଓଡ଼ିଶାବାସୀ ଅଧିକ ଉପକୃତ ହେବେ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!