ଡୋପ୍ ଟେଷ୍ଟରେ ବିଫଳ ଦୂତି

ଦୂତି ଚାନ୍ଦଙ୍କୁ ବଡ଼ ଝଟକା  । ଡୋପ୍ ଟେଷ୍ଟରେ ବିଫଳ ହେଲେ ଦୂତି ଚାନ୍ଦ  । ଫଳରେ ୪ ବର୍ଷ ପାଇଁ ସେ ବାସନ୍ଦ ହୋଇଛନ୍ତି । ଗତ ଜାନୁଆରି ୩ ରୁ ପିଛିଲା ଭାବେ ଏହି ବାସନ୍ଦ ଅବଧି ଲାଗୁ ହେବ । ଏହି ତାରିଖଠୁ ବର୍ତ୍ତମାନ ମଧ୍ୟରେ ଦୂତି ଯେଉଁ ଇଭେଣ୍ଟ ଗୁଡ଼ିକରେ ଅଂଶଗ୍ରହଣ କରିଥିବେ, ତାହାର ପ୍ରଦର୍ଶନକୁ ଅଯୋଗ୍ୟ ଘୋଷଣା କରାଯିବ ବୋଲି କହିଛି ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ  । ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ୍ ଆଗରେ ନିଜର ପକ୍ଷ ରଖିବାକୁ ଦୂତିଙ୍କୁ ୨୧ ଦିନ ସମୟ ଦିଆଯାଇଛି। ଏଡିଡିପି ଆଗରେ ଶୁଣାଣି ସମୟରେ ଯଦିଓ ଦୂତି ନିଷିଧ ଔଷଧ ସେବନକୁ ଅସ୍ବୀକାର କରିଥିଲେ ତଥାପି ନିଜକୁ ନିର୍ଦ୍ଦୋଷ ପ୍ରମାଣିତ କରିପାରିନଥିଲେ  ।

 

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!