ଭାରତ NCAP ର ଆନୁଷ୍ଠାନିକ ଶୁଭାରମ୍ଭ

ସରକାର ନୂତନ ଯୋଜନା ‘ଭାରତ ନୂତନ କାର୍ ମୂଲ୍ୟାୟନ କାର୍ଯ୍ୟକ୍ରମ(ଭାରତ ଏନ୍ସିଏପି)ର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ୍ ଗଡ୍କରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭାରତ ଏନ୍ସିଏପିର ଶୁଭାରମ୍ଭ କରିଛନ୍ତି। ବିଶେଷକରି ଭାରତରେ ୩.୫ଟନ୍ ଓଜନ ବିଶିଷ୍ଟ ଯାନର ସୁରକ୍ଷା ମାନ ବୃଦ୍ଧି ସହିତ ସଡ଼କ ନିରାପତ୍ତା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଉକ୍ତ କାର୍ଯ୍ୟକ୍ରମର ଆରମ୍ଭ କରାଯାଇଛି। ଏ ସମ୍ପର୍କରେ ଗଡ୍କରୀ କହିଥିଲେ, ସୁରକ୍ଷିତ କାର୍ କିଣିବା ପାଇଁ ଶ୍ରେଷ୍ଠ ବାହନ ଚୟନ କରିବାରେ ସକ୍ଷମ ହେବା ପାଇଁ ଗ୍ରାହକମାନଙ୍କୁ ସଶକ୍ତ କରିବା ଦିଗରେ ଏହା ଏକ ଐତିହାସିକ ପଦକ୍ଷେପ ହେବ ବୋଲି ସେ ମତପ୍ରକାଶ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମ ୨୦୨୩ ଅକ୍ଟୋବର ୧ରୁ ଆରମ୍ଭ ହେବ ଏବଂ ଅଟୋମୋଟିଭ୍ ଇଣ୍ଡଷ୍ଟ୍ରି ଷ୍ଟାଣ୍ଡାର୍ଡ (ଏଆଇଏସ୍)୧୯୭ ଉପରେ ଆଧାରିତ ହେବ। ବିଶେଷକରି ପ୍ରତିଯୋଗିତାମୂଳକ ନିରାପତ୍ତା ବୃଦ୍ଧିର ଇକୋସିଷ୍ଟମ ସୃଷ୍ଟି କରିବା ଉକ୍ତ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ବୋଲି ଆଶା କରାଯାଉଛି, ଯାହାକି ଉପଭୋକ୍ତାଙ୍କ ମଧ୍ୟରେ ବାହନ ସୁରକ୍ଷାକୁ ନେଇ ସଚେତନତା ବୃଦ୍ଧି କରିବ। ଉକ୍ତ କାର୍ଯ୍ୟକ୍ରମ ବିଶ୍ୱସ୍ତରୀୟ ନିରାପତ୍ତା ମାନ ଥିବା ଯାନ ନିର୍ମାଣ ସହ ଓଇଏମ୍ମାନଙ୍କ ପାଇଁ ସୁଯୋଗ ଆଣିଛି।

Post Views12 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!