ଆମ ବସଷ୍ଟାଣ୍ଡ୍‌ ଉଦଘାଟିତ

ରାଜ୍ୟ ପରିବହନ କ୍ଷେତ୍ରରେ ନୂଆ ମାଇଲଷ୍ଟୋନ୍ । ଆମ ବସଷ୍ଟାଣ୍ଡ ଯୋଜନାରେ ୨୧ଟି ନୂଆ ବସଷ୍ଟାଣ୍ଡ ଲୋକାର୍ପିତ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ୨୬ଟି ଜିଲ୍ଲାରେ ୧୨୪ଟି ବ୍ଲକସ୍ତରୀୟ ବସଷ୍ଟାଣ୍ଡ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହା ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏ ସମସ୍ତ ବସଷ୍ଟାଣ୍ଡ ସଂପୂର୍ଣ୍ଣ ହେଲେ ରାଜ୍ୟର ୨ କୋଟି ଲୋକ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଏହା ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ । ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସସସ୍ତ ପ୍ରକାର ସୁବିଧା ରହିଛି । ଏହାସହିତ ମୁଖ୍ୟମନ୍ତ୍ରୀ ମୋ ପରିବହନ ସେବା ଓ ମୋବାଇଲ ଆପର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ବିଭିନ୍ନ ପରିବହନ ସେବା ପାଇଁ ଆଉ ସରକାରୀ ଅଫିସକୁ ଯିବା ଆବଶ୍ୟକତା ରହିବ ନାହିଁ । ଡ୍ରାଇଭର ମାନଙ୍କୁ ଗାଡି ଚଳାଇବା କ୍ଷେତ୍ରରେ ଅଧିକ ଦକ୍ଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ସୁ-ବାହକ ଯୋଜନାର ଶୁଭାରମ୍ଭ କରିଥିଲେ । ଏହି ଯୋଜନାରେ ୫୦ ହଜାର ଡ୍ରାଇଭରଙ୍କୁ ପ୍ରଶିକ୍ଷଣ ଦିଆଯିବ । ଗଞ୍ଜାମର ପାଲୁର ଠାରେ ଏକ ଡ୍ରାଇଭିଂ ଟ୍ରେନିଂ ସେଣ୍ଟର ଉଦ୍ଘାଟନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଭଲ ପରିବହନ ବ୍ୟବସ୍ଥା ଏକ ଉନ୍ନତ ଅର୍ଥନୀତି ପାଇଁ ମାର୍ଗ ପରିଷ୍କାର କରିଥାଏ । ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ପାଇଁ ଉଦ୍ୟମ ଜାରି ରଖିବାକୁ ପରିବହନ ବିଭାଗକୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ, ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ସଂସଦୀୟ ବ୍ୟାପାର ଓ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ଉପସ୍ଥିତ ଥିଲେ । ଫାଇଭ-ଟି ସଚିବ ଭି କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!