ଶପଥ ନେଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

ଓଡ଼ିଶା ହାଇକୋର୍ଟକୁ ମିଳିଲା ଦୁଇ ନୂଆ ବିଚାରପତି । ବିଶିଷ୍ଟ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତିଭାବେ ନିଯୁକ୍ତି ମିଳିଛି । ତେବେ ଆଜି ଶପଥ ନେଇଛନ୍ତି ହାଇକୋର୍ଟର ଏହି ଦୁଇ ନୂଆ ବିଚାରପତି ।

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ଏସ.କେ.କୌଲ ଓ ଜଷ୍ଟିସ ସଂଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କ ନାମ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦୁଇ ବରିଷ୍ଠତମ ବିଚାରପତିଙ୍କ ସହିତ ପରାମର୍ଶ କରି ୨୦୨୩, ଜାନୁଆରି ୧୭ରେ ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କ ନାମ ସୁପାରିସ କରିଥିଲେ। ଏହି ସୁପାରିସକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ସମ୍ମତି ପ୍ରଦାନ କରିଥିଲେ। ଏହାପରେ ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କ ନିଯୁକ୍ତି ସଂପର୍କିତ ପ୍ରସ୍ତାବକୁ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଗ୍ରହଣ କରାଯାଇଥିଲା ।

ଶିବଶଙ୍କର ମିଶ୍ର ୧୯୬୮ ମେ ୩ ତାରିଖରେ ଜୟପୁରଠାରେ ଜନ୍ମଗ୍ରହଣ କରିଥିଲେ । କୋରାପୁଟର ଜୟପୁର ଆଇନ୍‌ ମହାବିଦ୍ୟାଳୟରୁ ଏଲଏଲବି ଡିଗ୍ରି ହାସଲ କରିଥିଲେ । ଶ୍ରୀ ମିଶ୍ର ୧୯୯୧ ଡିସେମ୍ବର ୭ରେ ଆଇନଜୀବୀ ଭାବେ ପଞ୍ଜୀକୃତ ହୋଇଥିବା ବେଳେ ତାଙ୍କର ଏହି ପେସାରେ ୩୦ ବର୍ଷର ଅନୁଭବ ରହିଛି । ଦେୱାନୀ, ଫୌଜଦାରୀ ଓ ଚାକିରି ସଂପର୍କିତ ଆଇନରେ ତାଙ୍କର ବିଶେଷ ଦକ୍ଷତା ରହିଛି । ସୁପ୍ରିମକୋର୍ଟରେ ସେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆଡଭୋକେଟ ଅନ୍ ରେକର୍ଡ ଅଛନ୍ତି । ସେ ଓଡ଼ିଶା ହାଇକୋର୍ଟ ଓ କେନ୍ଦ୍ର ସରକାରଙ୍କ ପାଇଁ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି ।

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!